ଦରବୃଦ୍ଧି ସାଧାରଣ ଲୋକଙ୍କୁ ଅତିଷ୍ଠ କଲାଣି
1 min readଭୁବନେଶ୍ୱର:ନିପରିବା ଠାରୁ ଆରମ୍ଭ କରି ବିଭିନ୍ନ ନିତ୍ୟ ବ୍ୟବହାର୍ଯ୍ୟ ଜିନିଷର ଦରବୃଦ୍ଧି ସାଧାରଣ ଲୋକଙ୍କୁ ଅତିଷ୍ଠ କଲାଣି। ସାଧାରଣ ଲୋକଙ୍କ ସ୍ୱାର୍ଥର ସୁରକ୍ଷା ଓ ମହିଳାଙ୍କ ସମ୍ମାନ ପାଇଁ ବିଜେଡି ଲଢ଼େଇ ଜାରି ରଖିବ। ବିଜେଡି ସରକାରରେ ଥିବା ବେଳେ ଲୋକଙ୍କ ପାଇଁ ଅନେକ ଭଲ କାମ କରିଥିଲା। ଲୋକଙ୍କ ଭଲ ପାଇବା ଏବେ ବି ଆମ ସହିତ ରହିଛି। ତେଣୁ ଲୋକଙ୍କ ସେବା ଜାରି ରଖିବାକୁ ସେ ପରାମର୍ଶ ଦେଇଥିଲେ। ବିଜେଡିର ବରିଷ୍ଠ ନେତା ଦେବୀପ୍ରସାଦ ମିଶ୍ର ଉଭୟ ବୈଠକ ସଂଯୋଜନା କରିଥିଲେ। ବିଧାୟକ ମନୋହର ରନ୍ଧାରୀ, ଦିବ୍ୟଶଙ୍କର ମିଶ୍ର, ମନୋରମା ମହାନ୍ତି ଓ ପ୍ରଦୀପ ଦିଶାରୀ, ପୂବର୍ତନ ମନ୍ତ୍ରୀ ପୁଷ୍ପେନ୍ଦ୍ର ସିଂହଦେଓ ଓ ରମେଶ ମାଝୀ, ପୂର୍ବତନ ସାଂସଦ ପ୍ରଦୀପ ମାଝୀ, ପୂର୍ବତନ ବିଧାୟକ ସଦାଶିବ ପ୍ରଧାନୀଙ୍କ ସମେତ ବିଭିନ୍ନ ବ୍ଲକର ଅଧ୍ୟକ୍ଷ ଓ କର୍ମକର୍ତ୍ତାମାନେ ଉଦ୍ବୋଧନ ଦେଇଥିଲେ।
କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାର ନିର୍ବାଚିତ ପ୍ରତିନିଧି ଓ ପଦାଧିକାରୀମାନଙ୍କ ବୈଠକ ଆଜି ଶଙ୍ଖ ଭବନରେ ଅନୁଷ୍ଠିତ ହୋଇଛି। ବୈଠକରେ ଉଦ୍ବୋଧନ ଦେଇ ଦଳର ସଭାପତି ନବୀନ ପଟ୍ଟନାୟକ କହିଥିଲେ, ବିଜେଡି ସରକାରର ୨୪ ବର୍ଷ ଶାସନରେ ରାଜ୍ୟରେ ଗରିବୀ ୭୦ ପ୍ରତିଶତରୁ ୧୦ ପ୍ରତିଶତ କମିଛି। କଳାହାଣ୍ଡି ଓ ନବରଙ୍ଗପୁର ସମେତ ସାରା ରାଜ୍ୟର ବିକାଶ ପାଇଁ ବିଜେଡି ସରକାର ସମୟରେ ଅନେକ କାମ ହୋଇଛି। ବିଭିନ୍ନ କ୍ଷେତ୍ରରେ କଳାହାଣ୍ଡିର ବିକାଶ ଯଥା ମେଡିକାଲ କଲେଜ, ବିଶ୍ୱବିଦ୍ୟାଳୟ, ଇଞ୍ଜିନିୟରିଂ କଲେଜ ଓ ଶିଳ୍ପ ଭିତ୍ତିଭୂମି ଆଦି କଳାହାଣ୍ଡିର ପରିଚୟ ଉଜ୍ଜଳ କରିଛି।